oom

ଚିନ୍ତାମଣି ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

jsmm

ଲୋଇସିଂହା, (କେପିଏନ୍‌ଏସ୍‌) : ଗତ ଦୁଇଦିନ ଧରି ଆୟୋଜିତ ହୋଇଥିବା ଲୋଇସିଂହା ବ୍ଲକ ତଲିଉଡାର ଚିନ୍ତାମଣି ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ କୁଶଙ୍ଗ ଏସ୍‌.ବି.ଆଇର ଶାଖା ପରିଚାଳକ ଆର୍ତ୍ତତ୍ରାଣ ମହାଲିଙ୍ଗ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ା ଉପରେ ଦିଗଦର୍ଶନ ପ୍ରଦାନ କରିବା ସହିତ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ଖେଳ ଶିକ୍ଷକ ସନ୍ତୋଷ ଶତପଥୀ, ପର୍ଶୁରାମ ସୁନାଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.