jayashree

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଓ ପୂର୍ବତନ ପ୍ରଧାନ ମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକି ପାଳିତ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ରାଷ୍ଟ୍ରୀୟ ଏକତା ଦିବସ ଓ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ହୋଇଯାଇଛି । ପ୍ରାର୍ଥନା ପରେ ପରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ଅବସରରେ ଶପଥ ପାଠ କରାଯାଇଥିଲା । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଫଟୋଚିତ୍ରରେ ଧୂପ ଓ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଏକ ସଭାର ଆୟୋଜନ କରାଯାଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନ । ଅନ୍ୟମାନଙ୍କ ମଧ୍ୟରେ ଛାତ୍ରୀ ଛାତ୍ରମାନେ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ବିରଞ୍ଚି ନାରାୟଣ ବରାଳ ସୁଧୀର କୁମାର ଜେନା ପୁରୁଷୋତ୍ତମ ନାୟକ ଓ ବିଦ୍ୟାଳୟର ପରିଚାଳନା କମିଟିର ଚେୟାରମ୍ୟାନ ପବିତ୍ର ମୋହନ ପରିଡା ପ୍ରମୁଖ ଯୋଗ ଦେଇଥିଲେ । ସମଗ୍ର ଭାରତବର୍ଷକୁ ଏକତାର ସୂତ୍ରରେ ବାନ୍ଧି ରଖିବାକୁ ହେଲେ ନିଜକୁ ଅନେକ କଷ୍ଟ ଜନ୍ତ୍ରଣା ସହ୍ୟ କରିବାକୁ ପଡ଼ିଥାଏ । ଏହି ବାର୍ତ୍ତା ଅଖଣ୍ଡ ଭାରତ ବର୍ଷକୁ ପ୍ରଦାନ କରିଥିବାରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନଟିକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ଭାରତ ବର୍ଷର ଭୂତପୂର୍ବ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସଟିକୁ ରାଷ୍ଟ୍ରୀୟ ସଂକଳ୍ପ ଦିବସ ରୂପେ ପାଳନ କରାଯାଇଥାଏ ।ଆଜିର ଏହି ଦିବସରେ ନିଜକୁ ସୁରକ୍ଷା ଦେଉଥିବା ଦେହରକ୍ଷୀଙ୍କ ଗୁଳିରେ ଜୀବନ ଦେଇଥିବାରୁ ଆତତାୟୀ ଠାରୁ ନିଜକୁ ତଥା ଏହି ମହାନ ଜାତିକୁ ରକ୍ଷା କରିବା ପାଇଁ ସଂକଳ୍ପ କରିବା ପାଇଁ ବକ୍ତାମାନେ ନିଜ ନିଜ ଅଭିଭାଷଣରେ କହିଥିଲେ । ସେ ଦୁଇ ମହାନ ବ୍ୟକ୍ତିଙ୍କ ପଥ ଅନୁସରଣ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ସର୍ବ ଶେଷରେ ବିରଞ୍ଚି ନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ । ସେହି ମହାମନିଷୀଙ୍କ ସମ୍ମାନାର୍ଥେ ବିଦ୍ୟାଳୟ ପ୍ରାଙ୍ଗଣରେ ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ବୃକ୍ଷ ରୋପଣ କରାଯାଇଥିଲା ।

Leave A Reply

Your email address will not be published.