oom

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଂଜଳି

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହୀଦ ଦିବସ) ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ପାଳିତ ହୋଇଯାଇଛି । ଶହୀଦ ଦିବସ ପାଳନ ଉପଲକ୍ଷେ ପୂର୍ବାହ୍ନ ୮ଟା ୩୦ମି. ସମୟରେ ବଲାଙ୍ଗିର ସହର ସ୍ଥିତ ଗାନ୍ଧୀନଗରପଡ଼ାରେ ଅବସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଇଛି । ଜିଲ୍ଲାପାଳ ଚଂଚଳ ରାଣା, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ, ବଲାଙ୍ଗିର ପୌର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ, ସମାଜସେବୀ ବିକ୍ରମାନନ୍ଦ ବହିଦାର, ନୀଳମଣି ମିଶ୍ର, ଜୟରାମ ମିଶ୍ର, ବିଷ୍ଣୁ ପ୍ରସାଦ କେଡ଼ିଆଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତି ସମୂହ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଂଜଳି ଜ୍ଞାପନ କରିଥିଲେ । ପରେ ସେଠାରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଂଜଳି ପ୍ରଦାନ ଉଦ୍ଦେଶ୍ୟରେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା ।

ସେହିପରି ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତରଫରୁ ପୁଷ୍ପ ଅର୍ପଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଇଥିଲା । ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ଉପଳକ୍ଷେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅନନ୍ତ ନାରାୟଣ ସିଂ ଲାଗୁରୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମହେନ୍ଦ୍ର କୁମାର ମହାପାତ୍ର, ସହକାରୀ ଜିଲ୍ଲାପାଳ ଦିଲୀପ କୁମାର ମାଝୀଙ୍କ ସମେତ ଜିଲ୍ଲା କ ।ର୍ଯ୍ୟାଳୟର ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ । ଶହୀଦ ଦିବସର ସମସ୍ତ କାର୍ଯ୍ୟକ୍ରମକୁ ସୂଚନା ଓ ଲୋକ ସଂପର୍କ ବିଭାଗ ଉପ-ନିର୍ଦ୍ଦେଶକ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ଜୟଦେବ ପାଣିଗ୍ରାହୀ ପରିଚାଳନା କରିଥିଲେ ।

jittmm
Leave A Reply

Your email address will not be published.