pakka

ମାଟି ଧସିଯିବାରୁ ଅତଡ଼ା ତଳେ ଚାପି ହୋଇଗଲେ ଶ୍ରମିକ

bbehera

କଟକ : କଟକରେ ନିର୍ମାଣ କାମ ବେଳେ ଦୁର୍ଘଟଣା । ମାଟି ଧସିଯିବାରୁ ଅତଡ଼ା ତଳେ ଚାପି ହୋଇଗଲେ ଶ୍ରମିକ । ଏଭଳି ଅଘଟଣ ଘଟିଛି କଟକ ମାଲଗୋଦାମ ଅଞ୍ଚଳରେ । ନିର୍ମାଣ କାମ ଚାଲୁଥିବା ବେଳେ ହଠାତ ମାଟି ଅତଡ଼ା ଧସି ଯାଇଥିଲା । ଏହା ତଳେ ଚାପି ହୋଇଯାଇଥିଲେ କାମ କରୁଥିବା ଶ୍ରମିକ । ଅଣନିଶ୍ୱାସୀ ହୋଇ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ । ଏହାସହ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ସମସ୍ତେ ମିଶି ଶ୍ରମିକଙ୍କୁ ମାଟି ଅତଡ଼ା ତଳୁ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ଆହତ ଶ୍ରମିକଙ୍କ ଘର ଜଗତସିଂହପୁରେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.

11 + five =