pakka

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

  • ଶ୍ରମିକମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ୱାରୋପ

ବଲାଙ୍ଗିିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଆଜି ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପରିସରରେ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ ବୋର୍ଡ, ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଥିଲା । ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସାଧାରଣ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରମିକମାନେ ନିଜ ଅଧିକାର ପ୍ରତି ସଚେତନ ହେବା ସହ ଶ୍ରମିକମାନେ ଯେପରି ରାଜ୍ୟ ସରକାରଙ୍କ ବିଭିନ୍ନ ଶ୍ରମିକ କଲ୍ୟାଣ ଯୋଜନାର ସୁଫଳ ପାଇପାରିବେ ସେଥିପ୍ରତି ବିଭିନ୍ନ ଶ୍ରମିକ ସଂଗଠନ ତଥା ଜିଲ୍ଲା ଶ୍ରମ ବିଭାଗ ବିଶେଷ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଶ୍ରମିକମାନେ ହେଉଛନ୍ତି ବିକାଶର ମୁଖ୍ୟଧାରା ରାଜ୍ୟ ସରକାର ସେମାନଙ୍କ କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହି ଯୋଜନା ଗୁଡିକ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ସଭାରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଲା ମାଝୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାପ୍ତର୍ଯ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକ ମାନେ ସେମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଅଧିକାର ସମ୍ପର୍କରେ ସଚେତନ ହେବାକୁ ପରାମର୍ଶ ଦେଇଥିଲେ । ଏହି ସଭାରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ସଭାପତିତ୍ୱ କରି ଶ୍ରମିକମାନଙ୍କ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଶ୍ରମିକ କଲ୍ୟାଣ ଯୋଜନା ଏବଂ ସାମାଜିକ ନିରାପତ୍ତା ଆଇନ ସମ୍ପର୍କରେ ଆଲୋକପାତ କରିବା ସହ ଏ ସମ୍ପର୍କରେ ବିଭିନ୍ନ ଶ୍ରମିକ ସଂଗଠନ ଓ ଶ୍ରମ ବିଭାଗ ବ୍ୟାପକ ସଚେତନତା କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଅଣ କୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତିକୁଶଳୀ ଶ୍ରମିକ ମାନଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକ ମାନେ ନିଜ ଅଧିକାର ପ୍ରତି ସଚେତନ ହେବାକୁ ପରାମର୍ଶ ଦେଇଥିଲେ । ଶ୍ରମିକ ମାନଙ୍କ ହିତ ପାଇଁ ଶ୍ରମ ବିଭାଗ ଆହୁରୀ ସକ୍ରୀୟ ଭାବେ କାର୍ଯ୍ୟକରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ ସେଠୀ ସ୍ୱାଗତ କରିବା ସହ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାପ୍ତର୍ଯ୍ୟ ଓ ବଲାଙ୍ଗିର ଜିଲ୍ଲାରେ ଶ୍ରମିକ ମାନଙ୍କ କଲ୍ୟାଣ ନିମନ୍ତେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେ । ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ ଅବସରରେ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଜରିଆରେ ୨୦୦ ଜଣଙ୍କୁ ଶ୍ରମକାର୍ଡ, ଅଣ ସଂଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଯୋଜନାରେ ୮୫ଜଣଙ୍କୁ ପରିଚୟ ପତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କରେ ବିଭାଗ ଦ୍ୱାରା ଖବର କାଗଜ ବିତରକ ମାନଙ୍କ ନିମନ୍ତେ ପ୍ରସ୍ତୁତ ପରିଚୟ ପତ୍ର ଜରିଆରେ ଆଜି ୩୦ ଜଣ ଖବର କାଗଜ ବିତରକଙ୍କୁ ଅତିଥିଗଣ ପରିଚୟ ପତ୍ର ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ପାରାଲିଗାଲ ସ୍ୱେଚ୍ଛାସେବୀ ବିଦୁଲତା ଖମାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଶ୍ରମ ନିରୀକ୍ଷକ ନିରଞ୍ଜନ ଭୁୟାଁଙ୍କ ସମେତ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା ତଥା ଶ୍ରମିକ, ଜିଲ୍ଲା ଶ୍ରମ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଶେଷରେ ସହକାରୀ ଶ୍ରମ ଅଧିକାରୀ ପାନାମଣି ସୋରେନ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

five + two =