csstore

ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ତାଲିମ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଶ୍ୱ ରଞ୍ଜନ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ମନୋଜ କୁମାର ଅଦାବର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ ରମେଶ ଚନ୍ଦ୍ର ସ୍ୱାଇଁ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ସଂଯୋଜକ ବିଶ୍ୱମ୍ବର ବେହେରା ପ୍ରମୁଖ ଅତିଥିଭାବେ ଯୋଗଦାନ କରିଥିଲେ । ଅତିଥି ବୃନ୍ଦ ବିଶ୍ୱ ସ୍ତନ୍ୟପାନ ପାଳନର ତାତ୍ପର୍ଯ୍ୟ ଉପରେ ଗୁରୁତ୍ୱାରୋପ କରି ଶିଶୁର ସାମଗ୍ରିକ ବିକାଶ ପାଇଁ ଶିଶୁ ଜନ୍ମ ପରେ ପରେ ଯେତେ ଶୀଘ୍ର ସମ୍ଭବ ସ୍ତନ୍ୟପାନ ଆରମ୍ଭ କରିବା ସହ ଶିଶୁକୁ ଛଅ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନକୁ ବଳବତ୍ତର ରଖିବା ଉପରେ ଆଲୋକପାତ କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୈଠକରେ ଡି ପିଏମ୍‌ ବିଶ୍ୱମ୍ବର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ଷ୍ଟାଫ ନର୍ସ, ଅଙ୍ଗନବାଡି କର୍ମୀ, କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ, ସମସ୍ତ କାନ୍ସଲଟାଣ୍ଟ, ଜିଲ୍ଲାର ବିଭିନ୍ନ ସିଏଚ୍‌ସି, ଓପିଏଚସିର ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ସ୍ୱାସ୍ଥ୍ୟ କର୍ମକର୍ତ୍ତା ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.