csstore

ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ରାଜ୍ୟ ସରକାରଙ୍କ ଅନୁଦାନ କ୍ରମେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ବଲାଙ୍ଗିର ଯାଦବ ଭବନ, ଅବସରପ୍ରାପ୍ତ ସୈନିକ ସଂଘ, ଲାଲଟିକ୍ରା ଏବଂ ୱାର୍ଡ ନଂ.୧୦ରେ ଦଳିତ ସମାଜ ଭବନର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍‌ଙ୍କ ବଲାଙ୍ଗିର ଗସ୍ତ ସମୟରେ ବଲାଙ୍ଗିର ସହରର ବିଭିନ୍ନ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ଗୃହ, କମ୍ୟୁନିଟି ସେଂଟର ତଥା ବିଭିନ୍ନ ସଂଘ କାର୍ଯ୍ୟାଳୟର ଉନ୍ନତିକରଣ ନିମନ୍ତେ ଅନୁରୋଧ କରାଯାଇଥିବା ବେଳେ ସେହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଦାନ ମଂଜୁର କରିଛନ୍ତି । ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ ଶ୍ରୀ ସିଂହଦେଓ ବଲାଙ୍ଗିର ପୌରାଂଚଳର ଉନ୍ନତି ପାଇଁ ଅନୁଦାନ ପ୍ରଦାନ କରିଥିବା ଯୋଗୁଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ପୌର ଅଧ୍ୟକ୍ଷା ଶ୍ରୀମତୀ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ତଥା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ ଶ୍ରୀ ସିଂହଦେଓଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

jayashree
Leave A Reply

Your email address will not be published.