jayashree

ଦେଶିଲ ପ୍ରାଥମିକ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ କ୍ଲଷ୍ଟର ତଥା ମାଲିଶିରା ପଞ୍ଚାୟତ ଦେଶିଲ ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ରବିବାର ଓଡ଼ିଶା ସରକାରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ଜରିଆରେ ଦ୍ୱିତୀୟ ପର୍ଯ୍ୟାୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନାମରେ ରୂପାନ୍ତରିତ କରିଛନ୍ତି । ଏହି ଜନାଭିମୁଖୀ କାର୍ଯ୍ୟକ୍ରମର ଶିଳାନ୍ୟାସ ନିମନ୍ତେ ଏକ ବିଶାଳ ସଭା ମହା ସମାରୋହରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମଞ୍ଚରେ କଣ୍ଟାବାଞ୍ଜି ବିଧାୟକଙ୍କ ପ୍ରତିନିଧି ରୂପେ ବ୍ଲକ ପ୍ରତିନିଧି ଗଙ୍ଗାଧର ହେର୍ଣ୍ଣା, ମୁରିବାହାଲ ତହସିଲଦାର ଜଗଦିଶ କର୍ତ୍ତାମୀ, ମୁରିବାହାଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ, ମାଲିଶିରା ସରପଞ୍ଚ ଦେବରାଜ ପାତ୍ର, ମାଳିଶିରା ହାଇସ୍କୁଲ ପ୍ରଧାନଶିକ୍ଷକ ପୁରୁଷୋତ୍ତମ ବାଗ, ମାଲିଶିରା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅର୍ଜୁନ ଛୁରା, ପୂର୍ବତନ ସରପଞ୍ଚ ଡୋଳାମଣୀ ବାଗ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୁପ୍ତେଶ୍ୱର ଟାକ୍ରୀ, ବିଟାବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲକ୍ଷପତି ହରପାଲ, ବିଦ୍ୟାଳୟ ପରିଚାଳନା ସଭାପତି ରଘୁନାଥ ତାଣ୍ଡି ଓ ମଣ୍ଡଳ ସଭାପତି ସୁବାସ ପୋଡ଼ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ହୋଇଥିଲେ । ଏହି ସମାରୋହକୁ ସହଯୋଗ ତଥା ସାଫଲ୍ୟ ମଣ୍ଡିତ କରିବା ନିମନ୍ତେ ଏକ କମିଟି ଗଠନ ହୋଇଥିଲା । ଏହି କମିଟିରେ ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଝାଙ୍କର, ମାଲିଶିରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବାଗ, ପତ୍ରାପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ଛତ୍ରିଆ, ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ନାଗ, ଗଁରେଇ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସତ୍ୟନାରାୟଣ ଦାସ, ବଡ଼ସାଇମରା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନକୁଳ ମାଝୀ, ହଳଦୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ଯାଜ୍ଞସେନୀ ଜେନାଙ୍କ ସହିତ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବିଭିନ୍ନ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ନିର୍ବାହ କରିଥିଲେ । ଏହି ଶିଳାନ୍ୟାସ କାର୍ଯ୍ୟକ୍ରମଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନଫରେନ୍ସ ଜରିଆରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ସଫଳ ରୁପାୟନ କରିବା ସକାଶେ ଗ୍ରାମର ସମସ୍ତ ଭଦ୍ରବ୍ୟକ୍ତି ପୁରୁଷ ମହିଳା ତଥା କୁନିକୁନି ଛାତ୍ରଛାତ୍ରୀମାନେ ମଧ୍ୟ ସକ୍ରିୟ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମର ମଞ୍ଚ ସଂଯୋଜନା ଦାୟିତ୍ୱରେ ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁମୋହନ ପଧାନ ତୁଳାଇ ଥିଲେ । ଏଥିରେ ଥାନା ପୋଲିସ କର୍ମୀ, ଅଗ୍ନିଶମ ବିଭାଗ କର୍ମଚାରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ । ଏହି କାର୍ଯ୍ୟକ୍ରମରେ ଦେଶିଲ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ସହଯୋଗ କରିଥିଲେ ।

Leave A Reply

Your email address will not be published.