ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସୁଭଦ୍ରା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ରାଲିରେ ସମସ୍ତେ ବଙ୍ଗୋମୁଣ୍ଡା ନଗର ପରିକ୍ରମା କରିଥିଲେ । ଏଥିରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସାମିଲ ହୋଇଛନ୍ତି । ମାର୍ଚ୍ଚ ୮ ତାରିଖ ଆନ୍ତର୍ଜାତୀୟ ମହିଳା ଦିବସ ଯାଏ ଏହି ରାଲି ଚାଲିବ ବୋଲି କୁହାଯାଇଛି । ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ପଥପ୍ରାନ୍ତ ସଭା ହୋଇଥିଲା । ଯୋଜନାକୁ ବ୍ୟାପକ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ସିଡିପିଓ ମାଧୁରୀ ହୋତା ଯୋଗ ଦେଇଥିଲେ । ଏଥିରେ ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସାମିଲ ହୋଇଥିଲେ ।