centurian jitm

ଓଡ଼ିଶାରେ ଆଜିଠୁ ଆୟୁଷ୍ମାନ ଭାରତ ଯୋଜନା : କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା

nschool

ଭୁବନେଶ୍ୱର : ଓଡ଼ିଶାରେ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ଯୋଜନା । ଏହା ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜିଜେଏୱାଇ) ଏବଂ ଆୟୁଷ୍ମାନ ବୟୋ ବନ୍ଦନାର ମଧ୍ୟ ଶୁଭାରମ୍ଭ ହେବ । ରାଜ୍ୟର ସାଢ଼େ ୩ କୋଟି ଲୋକ ପାଇବେ ମାଗଣା ସ୍ୱାସ୍ଥ୍ୟସେବା । କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏଥିପାଇଁ ମେଗା ଆୟୋଜନ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଜେ ପି ନଡ୍ଡା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ୩ଟି ଯାକ ଯୋଜନାର ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ ପରିଡ଼ା ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସଭାରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ଅଛି । ୧୨ ଜିଲ୍ଲାରେ ମଧ୍ୟ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ୱାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।

Leave A Reply

Your email address will not be published.