ଶିକ୍ଷା ସଚେନତା ରଥର ଶୁଭାରମ୍ଭ : ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଶିଶୁ ଦିବସ ଅବସରରେ ସମଗ୍ର ଶିକ୍ଷା ସୁବର୍ଣ୍ଣପୁର ଜିଲ୍ଲା ଆନୁକୂଲ୍ୟରେ ଶିକ୍ଷା ସଚେତନତା ରଥ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶୁଭାରମ୍ଭ ହୋଇଯାଇଛି । ଉକ୍ତ ସଚେତନତା ରଥ ସମୂହକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାଏ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି । ଜିଲ୍ଲାର ୬ଟି ବ୍ଲକକୁ ୬ ଗୋଟି ରଥ ଦୀର୍ଘ ପାଞ୍ଚ ଦିନ ଧରି ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି । ଏହି ସଚେତନତା ରଥ ମାଧ୍ୟମରେ ପିଲାଙ୍କୁ ସ୍କୁଲ ପ୍ରତି ଆକର୍ଷିତ କରିବା ସଙ୍ଗେ ସଙ୍ଗେ ସ୍କୁଲ ଛାଡିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ପ୍ରକଳ୍ପ କାର୍ଯ୍ୟାଳୟର ସମସ୍ତ କର୍ମକର୍ତା, ସରକାରୀ ବାଳିକା ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ସିଆର୍‌ସିସିମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Leave A Reply

Your email address will not be published.