ବ୍ରହ୍ମପୁରରେ ‘ମୋ-ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ କାଳୀନ ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ-ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି । କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ନିମିତ୍ତ ‘ମୋ-ବସ୍‌’ ସେବାର ଲକ୍ଷ୍ୟ ରଖି ଆଗକୁ ରାଜ୍ୟର ସବୁ ସହରରେ ‘ମୋ ବସ୍‌’ ସେବା ସୁବିଧା ମିଳିବ, ଲୋକଙ୍କୁ ଉତ୍ତମ ଯୋଗାଯୋଗ ମାଧ୍ୟମରେ ଗମନାଗମନର ବ୍ୟବସ୍ଥା ସମୃଦ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ’ ବ୍ରହ୍ମପୁର ସହରରେ ପିଇବା ପାଣି ଠାରୁ ଆରମ୍ଭ କରି ଗମନାଗମନର ସୁବିଧା ପାଇଁ ‘ମୋ-ବସ୍‌’ ପ୍ରଚଳନ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ଉତ୍ସର୍ଗୀକୃତ ଭାବେ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି । ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି । ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡିଶାକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ୍ ଓ କୃତଜ୍ଞତା ଜଣାଇଛନ୍ତି । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥି ଭାଥାନନ୍ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପ୍ରମୁଖ ଏହି ଅନୁଷ୍ଠାନିକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.

sixteen + nineteen =