ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲାର ପ୍ରତ୍ୟେକ ବ୍ଲକର ସମିତି କାର୍ଯ୍ୟାରଳୟ ପରିସରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା ଯୋଜନା ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ ହୋଇଯାଇଛି । ଏଥିରେ ଯନ୍ତ୍ରୀ, ସିଡିପିଓ, ପଞ୍ଚାୟତ ଜନ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ପିଆର୍‌ ସଦସ୍ୟ, ଗ୍ରାମବାସୀ ଓ ଦଳୀୟ ନେତା କର୍ମୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଭର୍ଚୁଆଲ ମାଧ୍ୟମରେ ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ କରାଯାଇଥିଲା । ଏହି ଯୋଜନା ୫ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ ଓ ଉନ୍ନତିକରଣ, ଏହି କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ, ବ୍ଲକବାସୀ ଓ ଜନପ୍ରତିନିଧି ମାନେ ସ୍ୱାଗତ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏଥିରେ ପୁଲିସ ବିଭାଗ ଉପସ୍ଥିତ ରହି ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ।

Leave A Reply

Your email address will not be published.