jsm

ସଡକ ସୁରକ୍ଷା ସଚେତନତା ରଥର ଶୁଭାରମ୍ଭ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାନୁୟାରୀ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗର ଆନୁକୂଲ୍ୟରେ ଜିଲାସ୍ତରୀୟ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି । ଏହି ଉପଲକ୍ଷେ ଗୁରୁବାର ପୂର୍ବାହ୍ନରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଠାରେ ସଡକ ସୁରକ୍ଷା ସମ୍ବନ୍ଧୀୟ ଏକ ସଚେତନତା ରଥକୁ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୃତ କୁମାର ପଣ୍ଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହାସହ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସ୍ଥାନୀୟ ଯୁବ ଗୋଷ୍ଠୀ ପ୍ଲାକାର୍ଡ ଧରି ସଚେନତା ଶୋଭାଯାତ୍ରାରେ ରଥ ସହିତ ସହର ପରିକ୍ରମା କରିଥିଲେ । ଏହି ଉପଲକ୍ଷେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ଲିଫ୍‌ଲେଟ୍‌ ବଣ୍ଟନ କରାଯାଇ ଦୁଇ ଚକିଆ ଯାନ ଚଳାଇବା ସମୟରେ ହେଲମେଟ୍‌ର ବ୍ୟବହାର, ଚାରି ଚକିଆ ଯାନରେ ସିଟ୍‌ ବେଲ୍‌ଟର ବ୍ୟବହାର, ନିଶାଶକ୍ତ ଅବସ୍ଥାରେ ଗାଡି ଚାଳନା ନ କରିବା ଏବଂ ଟ୍ରାଫିକ୍‌ ନିୟମ ମାନି ଗାଡି ଚଳାଇବା ସମ୍ପର୍କରେ ସଚେତନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ ସ୍ଥାନରେ ସଡକ ସୁରକ୍ଷା ସଚେତନତା ସହିତ ଏନଫୋର୍ସମେଣ୍ଟ କାର୍ଯ୍ୟକ୍ରମ ମଧ୍ୟ ଜାରି ରହିବ। ଟ୍ରାଫିକ ନିୟମ ଅନୁଯାଇ ଗାଡି ଚଳାଇ ଦୁର୍ଘଟଣା ହାର ହ୍ରାସ କରିବାରେ ସହଯୋଗ ନିମନ୍ତେ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରିୟବ୍ରତ ମହାନ୍ତି, ସହକାରୀ ପରିବହନ ଅଧିକାରୀ ଗୌରହରି ହାଁସଦା, ଟ୍ରାଫିକ ଇନ୍ସପେକ୍ଟର ଯଶବନ୍ତ ଚିନାରା, କନିଷ୍ଠ ଏମଭିଆଇ ପ୍ରଶାନ୍ତ କୁମାର ପାଢ଼ୀ ସମେତ ପୋଲିସ ପ୍ରଶାସନ ଓ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ଯୋଗଦେଇଥିଲେ ।

yuvodaya
Leave A Reply

Your email address will not be published.