csstore

ମାଲ୍ୟବନ୍ତ ମହୋତ୍ସବ ଶୁଭାରମ୍ଭ

ମାଲକାନଗିରି : ଐତିହ୍ୟ, ପରମ୍ପରା, କଳା, ସଂସ୍କୃତି ଓ ଆଦିବାସୀ ଙ୍କ ଜୀବନଧାରାର ନିଚ୍ଛକ ପ୍ରତିଛବି ମାଲ୍ୟବନ୍ତ ମହୋତ୍ସବର ଶୁଭାରମ୍ଭ ହୋଇଛି । ମାଲକାନଗିରି ଜିଲ୍ଲାରେ ଆଦିବାସୀ କଳା ସଂସ୍କୃତିକୁ ବଜାଇ ରଖି ଦେଶବିଦେଶରେ ପ୍ରଚାର କରିବା ସହିତ ରାଜ୍ୟ ଓ ଦେଶ ବାହରର କଳାକାରମାନଙ୍କ କଳାଚାତୁରିକୁ ଜାଣିବା ପାଇଁ ମାଲ୍ୟବନ୍ତ ମହୋତ୍ସବ ଆରମ୍ଭ ହୋଇଛି । ଜିଲ୍ଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟ ଇସ୍ପାତ, ଖଣି, ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ କୁମାର ମଳିକ, ସମ୍ମାନିତ ଅତିଥି ଭାବେ ସାଂସଦ ରମେଶ ଚନ୍ଦ୍ର ମାଝୀ, ରାଜ୍ୟ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲାପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ସ୍ଵତନ୍ତ୍ର ଉନ୍ନୟନ ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରାବା, ଏସ୍‌ପି ନିତେଶ ୱାଧନୀ, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ରତ୍ନାକର ସାହୁ ପ୍ରମୁଖ ଯୋଗଦେଇ ଥିଲେ ।

jayashree
Leave A Reply

Your email address will not be published.