କୋଭିଡ-୧୯ ସମ୍ପର୍କିତ ସଦ୍ୟତମ ସୂଚନା

ନୂଆଦିଲ୍ଲୀ, (ପିଆଇବି) : ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ ୩୨.୧୭ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୪.୨୫ ଲକ୍ଷ ଟିକା ଡୋଜ ବିନିଯୋଗ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ ସକ୍ରିୟ କରୋନା ମାମଲା ସଂଖ୍ୟା ୫୦,୦୪୦ ରହିଛି । ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ୫,୮୬,୪୦୩କୁ ହ୍ରାସ ପାଇଛି । ସକ୍ରିୟ ମାମଲା ମୋଟ ମାମଲାର ୧.୯୪ ପ୍ରତିଶତରେ ରହିଛି । ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ ୨,୯୨,୫୧,୦୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୪୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । କ୍ରମାଗତ ୪୫ ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି । ସୁସ୍ଥତା ହାର ୯୬.୭୫ ପ୍ରତିଶତକୁ ବୃଦ୍ଧି ପାଇଛି । ସାପ୍ତାହିକ ପଜିଟିଭିଟି ହାର ୫ ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା ୨.୯୧ ପ୍ରତିଶତରେ ରହିଛି । ଦୈନିକ ପଜିଟିଭିଟି ହାର ୨.୮୨ ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ ୨୦ ଦିନ ମଧ୍ୟରେ ୫ ପ୍ରତିଶତରୁ କମ୍ ରହିଛି । ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୦.୪୨ କୋଟି ପରୀକ୍ଷା କରାଯାଇଛି ।

Leave A Reply

Your email address will not be published.

5 × one =