ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୭୨ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ସେହିଭଳି ୧୩ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ସେଥି ମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା । ଆଜି ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ଆଇ ଏ ଏସ ଶିକ୍ଷାନବିଶ ଫାବୀ ରସିଦ, ଟାଙ୍ଗରପାଲି ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।