ବେଲପଡା ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବେଲପଡା ବ୍ଲକ ମୁଖ୍ୟାଳୟଠାରେ ପୂର୍ବାହ୍ନରେ ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଉପ ଜିଲ୍ଲାପାଳ ଅମିତ ନାୟକ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମୁଦାୟ ୫୯ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୦ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । କୌଣସି ଅଭିଯୋଗ ଶୁଣାଣି ତତକ୍ଷଣାତ ଫଇସଲା ହେଇନ ଥିବା ବେଳେ ଅଭିଯୋଗ ଗୁଡିକର ଶୁଣାଣି ଯଥାଶୀଘ୍ର ସମାଧାନ କରିବାକୁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ସଚିଦାନନ୍ଦ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ଚନ୍ଦ୍ର ମହନ୍ତ, ବେଲପଡା ବିଡିଓ ରାଜେଶ ମେହେର, ତହସିଲଦାର ବନବିହାରୀ ହରପାଳ, ଏସଡିପିଓ ସଦାନନ୍ଦ ପୂଜାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ଶିକ୍ଷାଧିକାରୀ ଧ୍ରୁବ ଚରଣ ବେହେରା, କିଲଟାରୀର ସ୍ନିଗ୍‌ଧା ରାଣୀ ତ୍ରିପାଠୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଂଜୀବ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ତରଫରୁ ଭିନ୍ନକ୍ଷମ ବାଳକ ଖେଡୁ ବରଲେନ୍ଦିଆଙ୍କୁ ଉଚ୍ଚଶିକ୍ଷା ପାଇଁ ଲାପ୍‌ଟପ୍‌ ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.

5 × one =