oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଆଇ.ପି.ଏସ. ପ୍ରୋବେସନର କୁଳଦୀପ ମୀନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ପିଡି ଡୁଡା ସୁଦର୍ଶନ ସାଏଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୧୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୯ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୩ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୪ର ପ୍ରଦୀପ ପରୁଆ ଓ ଅଞ୍ଜଲି ବାଗଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ସେହିପରି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଗ୍ରାମର ଲକ୍ଷ୍ମଣ ଖୁଣ୍ଟିଆଙ୍କୁ ୧୦ ହଜାର ଟଙ୍କା, ଦେଓଗାଁର ବନମାଳୀ ସୁନାଙ୍କୁ ୨୦ ହଜାର, ସଇଁତଲା ବ୍ଲକର ମେରାବାହାଲ ଗ୍ରାମର ସୁମନ୍ତ ହରିପାଳଙ୍କୁ ୨୦ ହଜାର, ଆଗଲପୁର ବ୍ଲକର ତେନ୍ତୁଲିଗାଁର କୁମୁଦିନୀ ପଧାନଙ୍କୁ ୧୦ ହଜାର, ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଗର୍ଜନ ଗ୍ରାମର କ୍ଷୀର କୁମ୍ଭାରଙ୍କୁ ୧୦ ହଜାର ଟଙ୍କା ଓ ପୁଇଁତଲା ବ୍ଲକର ଛେମତଲା ଗ୍ରାମର ଫୁଲ ନାଗଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.