csstore

ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦ୍‌ନୁସାରେ ମଇ ମାସ ୦୧ ତାରିଖ ସକାଳ ଘ. ୮.୩୦ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ, ୦୮ ତାରିଖରେ ପାଟଣାଗଡ ବ୍ଲକ କାର୍ଯ୍ୟାଳୟଠାରେ, ୧୫ ତାରିଖରେ ପୁଇଁତଲା ବ୍ଲକ କାର୍ଯ୍ୟାଳୟଠାରେ, ୨୨ ତାରିଖରେ ସଇଁତଳା ବ୍ଲକ କାର୍ଯ୍ୟାଳୟଠାରେ ଓ ୨୯ ତାରିଖରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୂହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

jayashree
Leave A Reply

Your email address will not be published.