centurian jitm

ମୁରିବାହାଲ ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମୁରିବାହାଲ ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଲ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ, ଜିଲ୍ଲା ପରିଷଦ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ମୁରିବାହାଲ ବିଡିଓ, ତହସିଲଦାର ଉପସ୍ଥିତ ଥିଲେ । ଶୁଣାଣି କାର୍ଯ୍ୟକ୍ରମରେ ସମସ୍ୟାମୂଳକ ମୋଟ ୭୮ ଗୋଟି ଅଭିଯୋଗରୁ ୬୦ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୮ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୨ଟି ଅଭିଯୋଗର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ । ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ମୁରିବାହାଲ ଯୁକ୍ତ ୨ ଏବଂ ମହାବିଦ୍ୟାଳୟର ୫-ଟି କାମ ବୁଲି ଦେଖିଥିଲେ । କାମର ମାନ ପଚାରିବୁଝିବା ସହ ଶୀଘ୍ର ସାରିବାକୁ ନିର୍ଦେଶ ଦେଇଥିଲେ ।

Leave A Reply

Your email address will not be published.