centurian jitm

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

nschool
  • ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୦ ଗୋଟି ଗ୍ରହଣ କରାଯାଇଥିବା ବେଳେ ୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ୟ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସିଂଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.