oom

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

jsmm

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ହେମଗିରି ବ୍ଲକ ପରିସରରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୭୭ ଗୋଟି ଅଭିଯୋଗ ରହିଥିଲା । ସେଥି ମଧ୍ୟରୁ ୩୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୪୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୯ ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ହେମଗିରି ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.