
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜଗାଙ୍ଗପୁର ବ୍ଲକଠାରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଆଜି ମୋଟ ୯୬ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ତାହା ମଧ୍ୟରୁ ୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ଯେଉଁଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ଏବଂ ରେଡ କ୍ରସରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ଆଇ ଏ ଏସ ଶିକ୍ଷାନବିଶ ଫାବୀ ରସିଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।