ପଦ୍ମପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ଵାନ, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ ଦେବତା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ମହନ୍ତ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷ ପାଣ୍ଡବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୬ ଗୋଟି ଅଭିଯୋଗ ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ, ୧୩ ଗୋଟି ସାମୁହିକ ଅଭିଯୋଗ ଏବଂ ୧ ଗୋଟି ରେଡକ୍ରସ୍ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.