ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଓ  ରାଉରକେଲା ଆରକ୍ଷୀ ଅଧିକ୍ଷକ ନିତେଶ  ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୯୮ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା । ସେଥି ମଧ୍ୟରୁ ୪୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏଥି ମଧ୍ୟରୁ ୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଉପଜିଲ୍ଲାପାଳ ପାନପୋଷ ବିଜୟ କୁମାର ନାୟକ, ଆଇ ଏ ଏସ ଶିକ୍ଷାନବିସ ଫାବୀ ରସିଦ, ବିଶ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.