ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୩୫ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୭୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୪୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୭ ଗୋଟି ଆବେଦନ ରହିଥିଲା ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ବଡ଼ଗାଁ ବ୍ଲକ ଅଧ୍ୟକ୍ଷା, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା, ଆଇ ଏ ଏସ ଶିକ୍ଷାନବିଷ ସୁଶ୍ରୀ ଫାବି ରସିଦ, ଡେପୁଟି କଲେକ୍ଟର (ଜନ ଅଭିଯୋଗ) ଅଶ୍ଵିନୀ ପଣ୍ଡା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।
