pr

କୁଆରମୁଣ୍ଡା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

dr. purohit

ରାଉରକେଲା, (କେପିଏନ୍‌ଏସ୍‌) : କୁଆରମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁରଜ ପଟ୍ଟନାୟକ ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ମୋଟ ୬୫ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ସେଥି ମଧ୍ୟରୁ ୩୮ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୬ ଟି ସାମୂହିକ ଅଭିଯୋଗ ରହିଥିଲା । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ଜଣେ ବ୍ୟକ୍ତି ଆବେଦନ କରିଥିଲେ । ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଏସ୍‌ପି ସୁନ୍ଦରଗଡ, ଅତିରିକ୍ତ ଜିଲ୍ଲାପାଳ ସୁନ୍ଦରଗଡ ସୁରଜ ପଟ୍ଟନାୟକ, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ଏସ୍‌ଡିପିଓ ବୀରମିତ୍ରପୁର, ଆଇଆଇସି ବୀରମିତ୍ରପୁର, କୁଆରମୁଣ୍ଡା ବିଡିଓ ଡଃ. ଜଗଦୀଶ ଚନ୍ଦ୍ର ମହାନନ୍ଦ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.