oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତୀନ କୁଶଲକର, ଡିଏଫ୍‌ଓ ନିତୀଶ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁଶାନ୍ତ କୁମାର ସିଂ, ପିଡି ଡୁଡା ସୁଦର୍ଶନ ସଏ, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ଓ ସିଡିପିଓ ମାନେ ଉପସ୍ଥିତ ଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୯୧ ଗୋଟି ଅଭିଯୋଗ ଦରଖାସ୍ତ ହୋଇଥିଲା । ତନ୍‌ମଧ୍ୟରୁ ୮୧ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୦ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନ ସାଧାରଣଙ୍କ ଏହି ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଜନ ଶୁଣାଣି କାର୍ଯ୍ୟକ୍ରମରେ ୨୦ ଗୋଟି ଅଭିଯୋଗ ଦରଖାସ୍ତର ତତ୍‌କ୍ଷଣାତ୍‌ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଠ ଦରଖାସ୍ତ ଗୁଡିକର ସମାଧାନ ସକାଶେ ସଂପୃକ୍ତ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜନ ଅଭିଯୋଗ ଶୁଣାଣିରେ ଦେଓଗାଁ ବ୍ଲକ ଟେପ୍‌ରେନ୍‌ ଗ୍ରାମର ରଶ୍ମିତା ବାରିକଙ୍କୁ ୫ହଜାର ଟଙ୍କା, ପାଟଣାଗଡ ବ୍ଲକ ତମିଆଁ ଗ୍ରାମର ନରୋତ୍ତମ ସେଠ୍‌ଙ୍କୁ ୫ ହଜାର ଟଙ୍କା, ବଲାଙ୍ଗିର ସହରର ଗୋପାଳ ନାଏକଙ୍କୁ ୨ ହଜାର ଟଙ୍କାର ଚେକ୍‌, ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ବଲାଙ୍ଗିର ସହରର ରାମେଶ୍ୱର ନଗରର ସସ୍ମିତା ସାହୁଙ୍କୁ ଜୀବିକା ସହାୟତା ବାବଦରେ ୧୦ ହଜାର ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.