ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୩୭ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୧୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ସେଥିମଧ୍ୟରୁ ଗୋଟିଏ ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ଆଇ ଏ ଏସ ଶିକ୍ଷାନବିଷ ଫାବୀ ରସିଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

jittmm
Leave A Reply

Your email address will not be published.