ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୪୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୨୨ ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ଗୋଟି, ସାମୁହିକ ଦରଖାସ୍ତ ୦୯ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୨ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି । ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ହିଲୁଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅମୁଲ୍ୟମଣୀ ରାଣୀପୁର ନିବାସୀ ପଦ୍ମିନୀ ଥପାଙ୍କୁ ବିଧବା ଭତ୍ତା ସହାୟତା ଓ ଗୁଲାପଫୁଲ ମେହେରଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇ ମାସିକ ୫୦୦/- (ପାଞ୍ଚ ଶହ ଟଙ୍କା) ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର । ପୁନଶ୍ଚ ଅବକାରୀ ବିଭାଗ ତରଫରୁ ନିଶା ନିବାରଣ ସଚେତନତା ପରିପ୍ରେକ୍ଷୀରେ ଅନୁଷ୍ଠିତ ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ସ୍ତର ତର୍କ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ସୁବ୍ରତ ପଧାନ, ପ୍ରତୀକ କୁମାର ବେହେରା ଓ ଜଗା ରଣାଙ୍କୁ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଭାବେ ପୁରସ୍କୃତ କରିଛନ୍ତି ଜିଲ୍ଲାପାଳ ସୁବର୍ଣ୍ଣପୁର । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର୍‌ଡବ୍ଲୁଏସ୍‌ଏସ୍‌ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ନିର୍ବାହୀ ଯନ୍ତ୍ରୀ ଆର୍‌ଡି ଇଂ ବୈକୁଣ୍ଠନାଥ ଷଡ଼ଙ୍ଗୀ, ଡିଇଓ ଲକ୍ଷ୍ମଣ ଭୋଇ, ସିଏସ୍‌ଓ ସୁରେଶ ପାଣିଗ୍ରାହୀ, ଆର୍‌ଟିଓ ଅକ୍ଷୟ କୁମାର ଜେନା ଡ଼ିଏସ୍‌ଏସ୍‌ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡିଡବ୍ଲୁଓ ପାଲାକା ରବୀନ୍ଦ୍ର, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.