ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୪୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୦୧ ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୮ଗୋଟି, ସାମୁହିକ ଦରଖାସ୍ତ ୦୬ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୩ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି । ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଚମ୍ପାମାଲ ଗ୍ରାମର ଦିବ୍ୟାଜ୍ୟୋତି ଥନାପତି ଓ ରଥପୁର ନିବାସୀ ଦେବକୀ ବଘାରଙ୍କୁ ବିଧବା ଭତ୍ତା ସହାୟତା ଯୋଜନାରେ ସାମିଲ କରାଯାଇ ମାସିକ ୫୦୦/- (ପାଞ୍ଚ ଶହ ଟଙ୍କା) ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର ଡବ୍ଲୁଏସ୍‌ଏସ୍‌ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି -ଇଂ ଦାମୋଦର କୈବର୍ତ୍ତ, ଡିଇଓ ଲକ୍ଷ୍ମଣ ଭୋଇ, ସିଏସ୍‌ଓ ସୁରେଶ ପାଣିଗ୍ରାହୀ, ଡ଼ିଏସ୍‌ଏସ୍‌ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.