pakka

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

bbehera
  • ବିଭିନ୍ନ ୫୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୭ ଗୋଟି ଓ ସାମୁହିକ ଦରଖାସ୍ତ ୦୨ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଆଜି ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ଏସଇପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଆରଡବ୍ଲୁଏସ୍‌ଏସ୍‌ ଇଂ ବିଭୁ ପ୍ରସାଦ ପଣ୍ଡା, ଡିଏମ୍‌ଓ ଡ଼ଃ ପ୍ରଦୀପ କୁମାର ଗୁରୁ, ସିଏସ୍‌ଓ ସୁରେଶ ପାଣିଗ୍ରାହୀ, ଡିଇଓ ଲକ୍ଷ୍ମଣ ଭୋଇ, ଜିଏମ୍‌ଡି ଆଇସି ବଳଭଦ୍ର ନାଏକ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, ତହସିଲଦାର ନବୀନ କିଶୋର ପାଢ଼ୀ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟାଂଶୁ ରୁଟ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ପ୍ରାରମ୍ଭରେ ସ୍ୱଚ୍ଛତା ଅଭିଯାନର ସଚେତନତା ବାର୍ତ୍ତା ନେଇ ସୋନପୁର ବ୍ଲକ ତରଫରୁ ଆୟୋଜିତ ସ୍ଵଚ୍ଛତା ଅଭିଯାନ ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ଅଞ୍ଚଳ ପରିକ୍ରମା କରିବ ।

jay balangir
Leave A Reply

Your email address will not be published.

3 × two =