om academy

ସୁପ୍ରିମକୋର୍ଟରେ କୋଟିଆ ଗ୍ରାମପୁଞ୍ଜ ବିବାଦ ମାମଲା ଶୁଣାଣି

jsm

କୋରାପୁଟ : ଆଜି ସୁପ୍ରିମକୋର୍ଟରେ କୋଟିଆ ଗ୍ରାମପୁଞ୍ଜ ବିବାଦ ମାମଲାରେ ଶୁଣାଣି ହେବ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ଏହି ବିବାଦ ଲାଗି ଆସିଛି । କୋଟିଆକୁ ନେଇ ଆନ୍ଧ୍ର ବିରୋଧରେ ଓଡ଼ିଶା କରିଥିବା ଅଦାଲତ ଅବମାନନା ମାମଲାର ସମାଧାନ ରାଜନୈତିକ ସ୍ତରରେ କରିବାକୁ ସୁପ୍ରିମକୋର୍ଟ ଦୁଇ ରାଜ୍ୟକୁ ପରାମର୍ଶ ଦେଇଥିଲେ । ଓଡ଼ିଶା ସରକାର ଏ ଦିଗରେ ତତ୍ପରତା ପ୍ରକାଶ କରିଥିଲେ । ଫଳରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି । ବିଚାରପତି ଜଷ୍ଟିସ ଏଏମ ଖାନୱିଲକର ଏବଂ ବିଚାରପତି ସିଟି ରବିକୁମାରଙ୍କ ଖଣ୍ଡପୀଠ ଏହାର ଶୁଣାଣି କରିବେ ।

Leave A Reply

Your email address will not be published.