
କଟକ : ଜଷ୍ଟିସ ଶୁଭାଶିଷ ତାଳପାତ୍ର ହେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପାତ୍ରଙ୍କ ନାମକୁ ସୁପ୍ରିମକୋର୍ଟଙ୍କ କଲିଜିୟମ ସୁପାରିସ କରିଛନ୍ତି । ଜୁନ ୧୦, ୨୦୨୨ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି ।
ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ ।
୨୦୧୩, ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ ।