ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବାଙ୍କୀପାଲି କ୍ଲଷ୍ଟର ଅନ୍ତର୍ଗତ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟ ପରିସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ସୁନିଲ ସେଠଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ବିଶ୍ଵାମିତ୍ର ବାରିକ ସଭାପତିତ୍ୱ କରିଥିଲେ । ମୁଖ୍ୟଅତିଥି ଭାବେ ବାଙ୍କିପାଲି ସରପଞ୍ଚ ଲକ୍ଷ୍ମୀ ପାଣ୍ଡେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ସୃଜନଶୀଳତାର ପ୍ରକୃଷ୍ଟ ମାଧ୍ୟମ ସୁରଭି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତିର ପ୍ରଥମ ସଭାପତି ବାସୁଦେବ ନାଏକ, ବିଦ୍ୟାଳୟ ପରିଚାଳନା ସମିତିର ବର୍ତ୍ତମାନ ଅଧ୍ୟକ୍ଷ ରାଜକିଶୋର ପଧାନ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଧ୍ୟକ୍ଷ ନବୀନ ପଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ, ଗୀତ, ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, କୁଇଜ୍ ପରି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା । ବାଙ୍କିପାଲି ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକ ସଞ୍ଜୀବ କୁମାର ସାହୁ ଓ ବଲେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗଣନାଥ ତାଣ୍ଡି ସଂଯୋଜନା କରିଥିଲେ । କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ଏବଂ କନ୍ଦାଗାଡ, ବାଘହାଣ୍ଡି, ଭାଗିଟିକିରା ଆଦି ପାଖ ଗାଁର ଅଭିଭାବକ ମାନଙ୍କର ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ମଣ୍ଡିତ ହୋଇଥିଲା । ଶେଷରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।
Next Post