jayashree

ପଞ୍ଚାୟତ ହାଇସ୍କୁଲ ଚନ୍ଦନଭାଟୀରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଚନ୍ଦନଭାଟୀ, (କେପିଏନ୍‌ଏସ୍‌) : ପଞ୍ଚାୟତ ହାଇସ୍କୁଲ ଚନ୍ଦନଭାଟୀରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ କୁମାର ଯୋଷୀ ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ, ଏବିଇଓ ସଂଧ୍ୟାରାଣୀ ଧରୁଆ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପଞ୍ଚାନନ ସା, କେନ୍ଦ୍ରୀୟ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ ଖମାରୀ, ସିଆରସିସି ଶ୍ରୀମନ୍ତ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ । ପ୍ରଧାନ ଶିକ୍ଷକ ସିତାଂଶୁ ଶେଖର ପଧାନଙ୍କ ସଭାପତିତ୍ୱରେ ସଭାକାର୍ୟ୍ୟ ଆରମ୍ଭ କରାଯାଇ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେଲା ପରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ କର୍ମଚାରୀ ତଥା ଅନ୍ୟାନ୍ୟ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.