pakka

ପ୍ରଭୁ ଶ୍ରୀରାମଙ୍କ ମସ୍ତକରେ ଶୋଭା ପାଇବେ ସୂର୍ଯ୍ୟଦେବ

bbehera

ଅଯୋଧ୍ୟା : ଆଜି ପବିତ୍ର ରାମ ନବମୀ । ଚଳଚଞ୍ଚଳ ଅଯୋଧ୍ୟା । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ରାମ ଲାଲାଙ୍କ ଦର୍ଶନ ଲାଗି ଜମୁଛି ପ୍ରବଳ ଭିଡ । ସୁନ୍ଦର ଆଲୋକମାଳରେ ସଜେଇ ହୋଇଛି ରାମ ମନ୍ଦିର । ନବବଧୂ ଭଳି ସଜେଇ ହୋଇଛି ଭବ୍ୟ ରାମମନ୍ଦିର । ୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମଲାଲାଙ୍କ ଜନ୍ମୋତ୍ସବ । ନବନିର୍ମିତ ରାମମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମନବମୀ । ଗର୍ଭଗୃହରେ ଦିବ୍ୟ ରୂପରେ ଝଲସିବେ ବାଲକ୍ ରାମ । ରାମ ନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ । ଆଜି ମଧ୍ୟାହ୍ନ ୧୨ଟା ସମୟରେ ବାଲକ୍ ରାମ ସୂର୍ଯ୍ୟ ତିଲକରେ ଅଭିଷିକ୍ତ ହେବେ । ୪ ମିନିଟ ଯାଏଁ ସୂର୍ଯ୍ୟ କିରଣରେ ଝଲସିବ ଶ୍ରୀବିଗ୍ରହର ମସ୍ତକରେ ଶୋଭିତ ହୀରା ଓ ମାଣିକ୍ୟ ଖଚିତ ସ୍ୱର୍ଣ୍ଣ ତିଳକ ।

Leave A Reply

Your email address will not be published.

sixteen − 9 =