csstore

ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଧୁମଧାମରେ ପାଳିତ ହେଲା ସୁଶାସନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ସ୍ଥିତ ଅଡିଟରିୟମ ଠାରେ ସୁଶାସନ ଦିବସ ପାଳିତ ହୋଇଯାଇଛି । ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ଦିବସକୁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ବଡ଼ ଧୁମଧାମରେ ପାଳନ କରାଯାଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବରେ ଯୋଗେ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରି, ଡିଏଫ୍‌ଓ ସୁଦର୍ଶନ ବେହରା, ଅତିରିକ୍ତ ଜିଲ୍ଲାପାଳ, ପିଡିଡିଆର୍‌ଡିଏ ପ୍ରମୁଖ ମଞ୍ଚରେ ମଞ୍ଚାସୀନ ଥିଲେ । ଅତିଥି ମାନେ ବାଜପେୟୀଙ୍କୁ ମନେ ପକାଇ ତାଙ୍କର ଜନହିତକର କାର୍ଯ୍ୟ ଉପରେ ମତ ଦେଇଥିଲେ ।

jayashree
Leave A Reply

Your email address will not be published.