ସ୍ୱାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଛକ ସ୍ଥିତ ରାଇଜିଙ୍ଗ ୟୁଥ କ୍ଲବ ଆନୁକୂଲ୍ୟରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହେମସାଗର ନନ୍ଦ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିଥିଲେ । ସରୋଜ ବିଶ୍ୱାଳ, ଭୋଳନାଥ ମିର୍ଦ୍ଧା, ରାକେଶ ସିକା ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ କ୍ଲବର ସଦସ୍ୟମାନେ ସହଯୋଗ କରିଥିଲେ । ସେହିପରି ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର, ନଅଗାଁ (ଖ) ତରଫରୁ ୭୫ତମ ଅମୃତ ମହୋତ୍ସବ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ସମ୍ପାଦକ ପ୍ରଶାନ୍ତ ନାୟକଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ସଦାନନ୍ଦ ପଶାୟତ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଗତ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ପ୍ରଥମ ଶ୍ରେଣୀରେ ପାସ କରିଥିବା ଲିପ୍ସା ସାହୁ, ପ୍ରତିମାରାଣୀ ପଶାୟତ ଓ ମୌସୁମୀରାଣୀ ପଧାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗ୍ରାମର ବରିଷ୍ଠ ନାଗରିକଙ୍କ ସମେତ ଯୁବକ ଓ ପଲ୍ଲୀ ଆଲୋକ ପାଠାଗାରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave A Reply

Your email address will not be published.