ମନହୀରା ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୭୫ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟ ମନହିରାଠାରେ ୭୫ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କେଦାର ନନ୍ଦ ପତାକା ଉତ୍ତୋଳନ କରି ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିଥିଲେ । ପରେ ବରିଷ୍ଠ ଶିକ୍ଷକ ଆଦିକନ୍ଦ ସାହୁ ଏ ସମ୍ପର୍କିତ ସ୍ୱରଚିତ କବିତା ପାଠ କରିଥିଲେ । ଶେଷରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ବିଜିତା ରଣା ଉଦବୋଧନ ଦେଇଥିଲେ । ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା କମିଟିର ସଭ୍ୟ ଉପସ୍ଥିତ ଥିଲେ । ଶେଷରେ ଶିକ୍ଷକ ଗୋପୀନାଥ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.