ଦୟାନନ୍ଦ ପ୍ଲେ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପେଲେସଲାଇନ୍‌ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲଠାରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରୋଟାରୀ କ୍ଲବ ଅଫ୍‌ ସେଣ୍ଟ୍ରାଲ୍‌ର ଶଙ୍କର ଅଗ୍ରୱାଲ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସ୍ୱାଧୀନତା ଦିବସ ଉପଲକ୍ଷେ ସ୍କୁଲରେ ପୂର୍ବରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଏହି ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ଅଗ୍ରୱାଲ ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍କୁଲର ପ୍ରିନ୍‌ସିପାଲ ଦିବ୍ୟ ନାରାୟଣ ମିଶ୍ରଙ୍କ ସହ କୁନି କୁନି ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ସ୍କୁଲର ଶିକ୍ଷୟିତ୍ରୀମାନେ କାର୍ଯ୍ୟକ୍ରମକୁ ବିଶେଷ ସହଯୋଗ କରିଥିଲେ ।

Leave A Reply

Your email address will not be published.