ଟିଟିଲାଗଡରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ଟିଟିଲାଗଡ, (ଗୌରବ ଦର୍ଜୀ) : ଆଜି ଟିଟିଲାଗଡ ସହର ସ୍ଥିତ ସ୍ଥାନୀୟ ହାଇସ୍କୁଲ ପଡ଼ିଆରେ ୭୫ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଆଜିର ଏହି ଦିବସରେ ମୁଖ୍ୟ ଅତିଥି ମନୋଜ ସତ୍ୟବାନ ମହାଜନ ସକାଳ ୯ ଘଣ୍ଟା ୧୫ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ସକାଳ ୪ ଘଂଟା ୩୦ ମିନିଟ ସମୟରେ ରାମ ଧୂନ୍ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟା ୩୦ ମିନିଟରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । କୋଭିଡ-୧୯ ଗାଇଡ ଲାଇନ ଓ ଗୃହ ବିଭାଗ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ବିଭାଗର କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନର ସହ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ଏହି କ୍ରମରେ ଟିଟିଲାଗଡ ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ, ପୌରପରିଷଦର ୧୨ଜଣ ପୋଲିସ ବିଭାଗର ୧୨ ଜଣଙ୍କୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ । ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡ. ଲଳିତ ବାଗ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.