csstore

ଗଜବନ୍ଧରେ ନୂତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଭାବେ ଯୋଗ ଦେଇଥିବା ଶିକ୍ଷୟିତ୍ରୀ ବର୍ଷାରାଣୀ ମଲ୍ଲିକ, ଶିକ୍ଷକ ଦିନେଶ ନାଏକ ଓ ବିକାଶ ଭରାସାଗରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରଧାନ ଶିକ୍ଷକ ଅମର ତାଣ୍ଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଡୁଙ୍ଗୁରିପାଲି ଗୋଷ୍ଠୀ ସହ ଶିକ୍ଷାଧିକାରୀ ବଟକୃଷ୍ଣ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷକତା ହିଁ ସର୍ବଶ୍ରେଷ୍ଠ ବ୍ରତ ଯାହା ମାଧ୍ୟମରେ ଉତ୍ତମ ନାଗରିକ ଗଠନ କରିବା ସମ୍ଭବ ହୁଏ ବୋଲି କହିଥିଲେ । ବାଙ୍କୀପାଲି ସିଆରସିସି ହାରାଧନ ବେରିଆ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟର ପରିବେଶ ସୁରକ୍ଷାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବଦାନର ମହତ୍ୱ ବିଷୟରେ ଆଲୋଚନା କରିଥିଲେ । ସମ୍ମାନିତ ଅତିଥି ଭାବେ ସହକାରୀ ଶିକ୍ଷକ ଦିବାକର ବଢ଼େଇ ଯୋଗଦେଇ ନୂତନ ଶିକ୍ଷୟିତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ଅତିଥିମାନେ ନୂତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଫୁଲତୋଡ଼ା ଓ ଉପଢୌକନ ପ୍ରଦାନ ପୂର୍ବକ ସ୍ୱାଗତ କରିଥିଲେ । ଶିକ୍ଷକ ସଞ୍ଜୟ ଭୋଇ, ଗୋବିନ୍ଦ ସାହୁ, ଶିକ୍ଷୟିତ୍ରୀ ଲଳିତା ଭୁଏ, ଲକି ସାହୁ ଓ ପାଚିକାମାନେ ସହଯୋଗ କରିଥିଲେ । ଗଜବନ୍ଧ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତ ସଭା ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ମାନସୀ ନାଗ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.