ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ସ୍ଵାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗରେ ଅଧ୍ୟକ୍ଷ ଡ଼ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ବରେ ନବାଗତ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଛାତ୍ରଛତ୍ରୀମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କୁ ଦକ୍ଷତା ବିକାଶ ଓ ଜୀବନ ଜିଇଁବାର କୌଶଳ ଉପରେ ଆଲୋକପାତ କରିଥିଲେ । ବିଭାଗୀୟ ମୁଖ୍ୟ ଡ଼ ସନ୍ଧ୍ୟାରାଣୀ କୁଅଁର ଏବଂ ଅଧ୍ୟାପିକା ମୋନାଲିସା ସ୍ୱାଇଁ, ଅଧ୍ୟାପକ ଦିଲୀପ କୁମାର ବହିଦାର, ଅଧ୍ୟାପକ ଦୟାନିଧି ବଗର୍ତ୍ତୀ ଓ ସୁରଥ ଗଡ଼ତିଆ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ତୃତୀୟ ଓ ଦ୍ବିତୀୟ ବର୍ଷର ଛତ୍ରଛାତ୍ରୀମାନେ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଅଭିଳାଷ ସାହୁ, ଆଶିଷ ସାହୁ, ନିଶାନ୍ତ ଗୁରୁ, ଆଲୋକ, ଗୁଲ୍ ନାଜ୍, ପ୍ରିୟଙ୍କା ଓ ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.

four × 1 =