oom

ଗୁଦେରପାଲି ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗୁଦେରପାଲି ଯୁକ୍ତ ୨ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳନ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରୀତିଶ କୁମାର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବରେ ସମାଜସେବୀ କିଶୋର ଚନ୍ଦ୍ର ଦେବତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ନିୟମିତ କ୍ଳାସ ଆସିବା ସହ ଶାନ୍ତି ଶୃଙ୍ଖଳା ବଜୟେ ରଖି ଭଲ ପାଠପଢି, ବଡ ମଣିଷ ହୋଇ ମହାବିଦ୍ୟାଳୟର ନାମ ରଖିବା ପାଇଁ ଦିଗ୍ ଦର୍ଶନ ଦେଇଥିଲେ । ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ଫୁଲ ତୋଡା ଦେଇ ସ୍ଵାଗତ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ମୁକେଶ ମୁରାରି କେଡିଆ, ପ୍ରତାପ ହଂସ, ଅର୍ଚ୍ଚନା ଦାଶ, ମୁକେଶ ସାହୁ, ବନିତା ଭୋଇ, ଲିଙ୍ଗ ହାତୀ ଓ କୁଶ ପାତ୍ର କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.