ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

ବଲାଙ୍ଗିର, (ଦେବାଶିିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ହୋଇଥିବା କାର୍ଯ୍ୟକ୍ରମକୁ ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ସଇଁନ୍ତଲା ଗୋଷ୍ଠୀ ଡାକ୍ତରଖାନାର କାର୍ଯ୍ୟରତ କର୍ମଚାରୀ ସୁବ୍ରତ ନାଗ, ରୀତା ଦେହେରି ଯୋଗ ଦେଇଥିଲେ । ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ବୁଝାଇବା ସହ ସ୍ୱାସ୍ଥ୍ୟ ପ୍ରତି ଦୃଷ୍ଟି ଦେବା ଓ ଆସୁଥିବା ସ୍ୱାସ୍ଥ୍ୟ ସମସ୍ୟାର କିଭଳି ନିରାକରଣ କରାଯାଇ ଲୋକମାନଙ୍କୁ ଉତ୍ତମ ସେବା ପ୍ରଦାନ କରାଯିବ ସେ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଉତ୍ତମ ଏମ୍‌ଡିଏମ୍‌ ବଣ୍ଟନ ପାଇଁ ପାଚିକା ରାସେଶ୍ୱରୀ ରଣା ଓ ମୁନି ସାହୁଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଶୃତି ରଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

Leave A Reply

Your email address will not be published.