oom

ପଖନମୁଣ୍ଡା ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଉଦ୍‌ଯାପିତ

jsmm

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ତଥା ପ୍ରକୃତିବଂଧୁ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ସେପ୍ଟେମ୍ବର ୧ ତାରିଖରୁ ସେପ୍ଟେମ୍ବର୧୫ ତାରିଖ ପର୍ଯ୍ୟନ୍ତ ଚାଲିଥିବା ସ୍ୱଚ୍ଛତା ପକ୍ଷର ଉଦ୍‌ଯାପନୀ ଦିବସରେ ସଭାପତି କୈବଲ୍ୟ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସୁରେନ୍ଦ୍ର କୁମାର ପୂରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ସମ୍ମାନିତ ଅତିଥି ଭାବରେ ଫକୀର ଚରଣ ବିଶି, ବିଆରସିସି, ଅବସରପ୍ରାପ୍ତ ଶିକ୍ଷକ ରାମକୃଷ୍ଣ ସେଲମା, ଧନସିଂ ମାଝୀ, ସିଆର୍‌ସିସି ଓ ହାସ୍ୟ ଅଭିନେତା ଦୀନବନ୍ଧୁ ବଗର୍ତ୍ତୀ ଯୋଗ ଦେଇଥିଲେ । ସର୍ବ ପ୍ରଥମେ ଅତିଥିମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ । ତା’ପରେ ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପୂର୍ବରୁ କରାଯାଇଥିବା ଚିତ୍ରାଙ୍କନ, ସାଧାରଣ ଜ୍ଞାନ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ଲାମ୍ପର ଶିକ୍ଷା ସାଧନ କର୍ମୀ ନରେଶ ତାଣ୍ଡି, ସୁରଜ ଛତ୍ରିଆ, ସ୍ୱେଛାସେବୀ ଶ୍ୟାମ ସୁନ୍ଦର ମାଝୀ, ବଳବନ୍ତ ରଣା ତଥା ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ । ପରିଶେଷରେ ଶିକ୍ଷକ ମନୋଜ କୁମାର ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.