ହସ୍ପିଟାଲରେ ଉପସ୍ଥିତ ରହି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ହସ୍ପିଟାଲରେ ଉପସ୍ଥିତ ରହି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଛାତିକୁ ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ଗୁଳିମାଡ଼ କରିଥିବା ସ୍ପଷ୍ଟ ହୋଇଥିବା ବେଳେ ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି । କଡ଼ା ସୁରକ୍ଷା ବ୍ୟବସ୍ଥାରେ ମନ୍ତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆପୋଲୋ ହସ୍ପିଟାଲ ଅଣାଯାଇଛି । ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ୫ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର ଚାଲିଥିବା କୁହାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ହସ୍ପିଟାଲରେ ଉପସ୍ଥିତ ରହି ତଦାରଖ କରୁଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପୁତ୍ରଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରଦାନ କରୁଥିବା ଏହି ଭିଡ଼ିଓରେ ଦେଖିବାକୁ ମିଳିଛି ।

Leave A Reply

Your email address will not be published.