ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

  • ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷ
  • ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ

ଭୁବନେଶ୍ୱର : ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ । ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ।
ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ –

  • ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
  • ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମ୍‌ଡି
  • ଏ.କେ.ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
  • ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି
  • ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
  • ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
  • ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
  • ଜଗନ୍ନାଥ କର, ସେବକ ପ୍ରତିନିଧି
  • ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
    ଏବଂ
  • ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ
  • ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ
Leave A Reply

Your email address will not be published.

fourteen − five =